ତାଳଚେରରେ ଜିଲ୍ଲା ସ୍ତରୀୟ ଜନଶୁଣାଣି

ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଗତ କାଲି ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଅବଦାଲ୍ ମହମ୍ମଦ ଅଖତାରଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିରରେ ସମୁଦାୟ ୪୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।

ସେଥି ମଧ୍ୟରୁ ୩୧ଟି ବ୍ୟକ୍ତିଗତ ଓ ୧୮ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ରହିଥିଲା। ୬ଟି ଅଭିଯୋଗର ତୁରନ୍ତ ଫାଇସଲା କରାଯାଇଥିଲା। ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ମଦନ ମୋହନ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରାଜୀବ ଲୋଚନ ପଣ୍ଡା, ତହସିଲଦାର ଆଲଫା ଜେନା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ, ସରକାରୀ ଜିଲ୍ଲାପାଳ ସଞ୍ଜୟ କୁମାର ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ,ଜିଲ୍ଲା ସମାଜ ମଙ୍ଗଳ ଅଧି କାରିଣୀ ନିରୁପମା ପାଣି, ଉପ ନିର୍ଦ୍ଦେଶକ ଉଦ୍ୟାନ ଅମ୍ବର ଲୁଗୁନ୍, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉମା ଶଙ୍କର ମିଶ୍ର, ଜିଲ୍ଲା ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Leave a Reply